ଲକ୍ଷ ଲକ୍ଷ ଭକ୍ତଙ୍କ ଗହଣରେ ବଡ଼ଦାଣ୍ଡରେ ଗଡିଲା ତିନି ରଥ …
ପୁରୀ : ଆଜି ତିନି ଠାକୁରଙ୍କ ବାହୁଡା ଯାତ୍ରା। ଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିରକୁ ଵାହୁଡ଼ିବେ ଜଗନ୍ନାଥ, ବଳଭଦ୍ର ଓ ଭଉଣୀ ସୁଭଦ୍ରା । ଆରମ୍ଭ ହେଲା ରଥ ଟଣା । ଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର ଅଭିମୁଖେ ବାହାରିଲେ ମହାବାହୁ । ଶରଧାବାଲିରୁ ବାହାରିଛି ୩ ରଥ। ଗଜପତି ମହାରାଜ ଛେରାପହଁରା କରିବା ପରେ ପ୍ରଥମେ ଗଡ଼ିଲା ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ ରଥ। ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ଶେଷରେ ନନ୍ଦିଘୋଷରେ ବିଜେ କରି ଆସୁଛନ୍ତି କାଳିଆ ଠାକୁର । ଶ୍ରୀମନ୍ଦିର ଅଭିମୁଖେ ୩ ଠାକୁରଙ୍କ ରଥଟଣା ଆରମ୍ଭ ହୋଇଛି । ବଡ଼ଦାଣ୍ଡ ଲୋକାରଣ୍ୟ ହୋଇଛି। ୩ ଠାକୁରଙ୍କୁ ରଥରେ ଦର୍ଶନ କରି ଭାବ ବିହ୍ୱଳ ହୋଇପଡୁଛନ୍ତି ଭକ୍ତ ।
