କେନ୍ଦୁପତ୍ର ହିତାଧିକାରୀ ପାଇବେ ୧୧୧ କୋଟି ଟଙ୍କା ସହୟତା,ଦ୍ବିତୀୟ ପର୍ଯ୍ୟାୟରେ ଉପକୃତ ହେବେ ୮ ଲକ୍ଷରୁ ଅଧିକ ହିତାଧିକାରୀ

ଭୁବନେଶ୍ବର: କେନ୍ଦୁପତ୍ର ହିତାଧିକାରୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଦ୍ବିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି । ୨୦୨୨ ଫସଲ ବର୍ଷ ପାଇଁ ଏହି ସହାୟତା ମିଳିବ। ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ୮୩ କୋଟି ଟଙ୍କାର ସହାୟତା ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ସିଧାସଳଖ ଜମା କରାଯାଇଛି । ଦୁଇଟି ପର୍ଯ୍ୟାୟକୁ ମିଶାଇ କେନ୍ଦୁପତ୍ର ହିତାଧିକାରୀମାନେ ୧୯୪ କୋଟି ଟଙ୍କାର ସହାୟତା ପାଇବେ, ଯାହା କି ଗୋଟିଏ ବର୍ଷରେ ଏକ ସର୍ବକାଳୀନ ରେକର୍ଡ ।

ରାଜ୍ୟ ସରକାରଙ୍କ ଏହି ଘୋଷଣା ଦ୍ବାରା ୮ ଲକ୍ଷରୁ ଅଧିକ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ। ୭.୭୫ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଏବଂ ୪୦ ହଜାର ବନ୍ଧାଳୀ ଓ ସିଜିନାଲ ଷ୍ଟାଫଙ୍କୁ ଏହି ସହାୟତା ମିଳିବ। ପ୍ରତ୍ୟେକ ତୋଳାଳୀଙ୍କୁ ଏକ ହଜାର ଟଙ୍କାର ଆର୍ଥିକ ସହାୟତା ସହିତ ପାଣିବୋତଲ ଓ ଚପଲ ପାଇଁ ଯଥାକ୍ରମେ ୨୦୦ ଓ ୧୬୦ ଟଙ୍କା ମିଳିବ। ସେହିପରି ପ୍ରତ୍ୟେକ ବନ୍ଧାଳୀ ଓ ସିଜିନାଲ ଷ୍ଟାଫଙ୍କୁ ଆର୍ଥିକ ସହାୟତା ଭାବରେ ୧୫୦୦ ଟଙ୍କା ଦିଆଯିବ।

Leave a Reply

Your email address will not be published. Required fields are marked *