୩୯ଜଣଙ୍କୁ କୋଟିଏ ପଞ୍ଚାନବେ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କଲେ ରାଜ୍ୟ ସରକାର

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ୱର ଜିଲ୍ଲା ବାହାନଗା ଟ୍ରେନ ଦୁର୍ଘଟଣାରେ ଏ ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ଓଡିଶାର ୩୯ ଜଣ ମୃତକଙ୍କ ପାଇଁ  ମୋଟ୧.୯୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପ୍ରଦାନ କରାଯାଉଛି। ମୃତକଙ୍କ ମଧ୍ୟରେ ଭଦ୍ରକ ଜିଲ୍ଲାର ୮ଜଣ, ଯାଜପୁରର ୨ଜଣ, ବାଲେଶ୍ୱରର ସର୍ବାଧିକ ୧୪ଜଣ, ମୟୁରଭଞ୍ଜର ୯ଜଣ, ଖୋର୍ଦ୍ଧାର ୨ଜଣ, କଟକର ୩ଜଣ ଓ କେନ୍ଦୁଝରର ଜଣେ ବ୍ୟକ୍ତି ଅଛନ୍ତି। ମୃତକମାନଙ୍କର ନିକଟତମ ଆତ୍ମୀୟଙ୍କୁ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା ପ୍ରଦାନ ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ପୂର୍ବରୁ ଓଡିଶାର ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି।

Leave a Reply

Your email address will not be published. Required fields are marked *