କେଜ୍ରିୱାଲଙ୍କୁ ଜୁନ୍ ୧ ପର୍ଯ୍ୟନ୍ତ  ଅନ୍ତରୀଣ ଜାମିନ ପ୍ରଦାନ କଲେ ସୁପ୍ରିମକୋର୍ଟ …

ନୂଆଦିଲ୍ଲୀ ; ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍‌ଙ୍କୁ ଅର୍ଥ ହେରଫେର ମାମଲାରେ ସୁପ୍ରିମକୋର୍ଟ ଶୁକ୍ରବାର ଦିନ ତାଙ୍କୁ ଅନ୍ତରୀଣ ଜାମିନ ଦେଇଛନ୍ତି । କେଜ୍ରିୱାଲ୍‌ଙ୍କୁ ଏହି ଜାମିନ୍‌ ଜୁନ୍‌ ୧ ତାରିଖ ପର୍ଯ୍ୟନ୍ତ ମିଳିଛି। କେଜ୍ରିୱାଲଙ୍କ ଦ୍ୱାରା ଦାଖଲ ହୋଇଥିବା ଏକ ଅନ୍ତରୀଣ ଜାମିନ ଆବେଦନ ଉପରେ ଶୁଣାଣି କରିଛନ୍ତି ଜଷ୍ଟିସ୍‌ ସଞ୍ଜୀବ ଖାନ୍ନା ଏବଂ ଦୀପଙ୍କର ଦତ୍ତ।  ଦିଲ୍ଲୀର ମଦ ନୀତି ମାମଲାରେ ତାଙ୍କୁ ଗିରଫ କରାଯାଇଥିବା ବେଳେ ଚାଲିଥିବା ଲୋକସଭା ନିର୍ବାଚନ ପ୍ରଚାରରେ ଅଂଶଗ୍ରହଣ କରିବାକୁ ମଧ୍ୟବର୍ତ୍ତୀକାଳୀନ ଜାମିନ ଆବେଦନ କରାଯାଇଥିଲା। ଯାହାକୁ ଅଦାଲତ ମଞ୍ଜୁରୀ ଦେଇଛନ୍ତି।
କୋର୍ଟ ତାଙ୍କୁ ଜୁନ୍‌ ୨ ତାରିଖରେ ଆସି ଆତ୍ମସମର୍ପଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ମାର୍ଚ ୨୧ ତାରିଖରେ ଇଡି ଦ୍ବାରା ଗିରଫ ହେବା ପରେ କେଜ୍ରିୱାଲ୍‌ ଏବେ ତିହାର ଜେଲ୍‌ରେ ଅଛନ୍ତି। ତେବେ କେଜ୍ରିୱାଲ୍‌ଙ୍କ ପକ୍ଷର ଓକିଲ ଅଭିଷେକ ମନୁ ସିଂଗଭୀ ତାଙ୍କୁ ଜୁନ୍‌ ୫ ତାରିଖ ପର୍ଯ୍ୟନ୍ତ ଅନ୍ତରୀଣ ଜାମିନ୍‌ ଦେବାକୁ ଆବେଦନ କରିଥିବା ବେଳେ ଜଷ୍ଟିସ୍‌ ଖାନ୍ନା ପୂରାପୂରି ମନା କରି ଦେଇଛନ୍ତି।

Leave a Reply

Your email address will not be published. Required fields are marked *