
ଶହୀଦ ବାଜି ରାଉତଙ୍କ ଉପରେ ନାଟକ ପିଲାମାନଙ୍କ ମଧ୍ୟରେ ଲୁକ୍କାୟିତ ପ୍ରତିଭା ପ୍ରସ୍ଫୁଟିତ କରିବ – ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର,– କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଭୁବନେଶ୍ୱର ସ୍ଥିତ ଭଞ୍ଜକଳା ମଣ୍ଡପରେ ମଞ୍ଚସ୍ଥ ଓଡ଼ିଆ ଶିଶୁ ନାଟକ ‘ବିପ୍ଳବୀ ବାଜିଆ’ ଦେଖିବା ସହ ଶହୀଦ ବାଜି ରାଉତଙ୍କ ବଂଶଧରଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ଦେଶ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ କରିବା ବେଳେ ଭାରତର ସର୍ବକନିଷ୍ଠ ସ୍ୱାଧୀନତା ସଂଗ୍ରାମୀ ଶହୀଦ ବାଜି ରାଉତଙ୍କ କାହାଣୀକୁ ନାଟକର ରୂପ ଦେବା ପ୍ରଶଂସନୀୟ ।…