
ବଲାଙ୍ଗୀର ପାଟଣାଗଡ଼ଠାରେ ଫ୍ଲାଗ ଫାଉଣ୍ଡେସନ୍ ଅଫ୍ ଇଣ୍ଡିଆର ୧୫୦ତମ ସ୍ମାରକୀ ଜାତୀୟ ପତାକା ସ୍ତମ୍ଭ ସ୍ଥାପନ
ଭୁବନେଶ୍ଵର/ ପାଟଣାଗଡ଼, ଅକ୍ଟୋବର ୨, ୨୦୨୪ ଶିଳ୍ପପତି ତଥା ସମାଜସେବୀ ଶ୍ରୀ ନବୀନ ଜିନ୍ଦଲଙ୍କ ନେତୃତ୍ଵାଧୀନ ଫ୍ଲାଗ୍ ଫାଉଣ୍ଡେସନ୍ ଅଫ୍ ଇଣ୍ଡିଆ ପକ୍ଷରୁ ଆଜି ବଲାଙ୍ଗୀର ଜିଲ୍ଲାର ପାଟଣାଗଡ଼ଠାରେ ଏହାର ୧୫୦ତମ ସ୍ମାରକୀ ଜାତୀୟ ପତାକା ସ୍ତମ୍ଭ ସ୍ଥାପନ କରାଯାଇଛି। ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଓ ମାନ୍ୟବର ସାଂସଦ (ବଲାଙ୍ଗୀର) ଶ୍ରୀମତୀ ସଙ୍ଗୀତା କୁମାରୀ ସିଂହଦେଓ ଏହି ୧୦୮ ଫୁଟ ଉଚ୍ଚ ସ୍ମାରକୀ ଜାତୀୟ ପତାକା ସ୍ତମ୍ଭକୁ ଉଦଘାଟନ କରିବା ସହ ୩୬×୨୪…