
ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ଘୋଷଣା। ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ଏଣିକି ଅଦିନିଆ ବର୍ଷାରେ ଫସଲ କ୍ଷତିଗ୍ରସ୍ତ ହେଲେ କ୍ଷତିଗ୍ରସ୍ତ ଚାଷୀଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନାର ରିଲିଫ୍ ପାଣ୍ଠିରୁ ସହାୟତା ଦିଆଯିବ। ୩୩ ପ୍ରତିଶତରୁ ଅଧିକ ଫସଲ ନଷ୍ଟ ହୋଇଥିଲେ ଏହି ସୁବିଧା ମିଳିବ ବୋଲି ବି ମୁଖ୍ୟମନ୍ତ୍ରୀ କହିଛନ୍ତି। ଗତ କିଛି ଦିନ ତଳେ ହୋଇଥିବା ଅଦିନିଆ ବର୍ଷାରେ ୬ ଲକ୍ଷ ୬୬…