ବିସ୍ଥାପିତଙ୍କୁ ଜମି ପଟ୍ଟା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର : ବିସ୍ଥାପିତ ଲୋକମାନଙ୍କର ଦୀର୍ଘଦିନର ସମସ୍ୟା ଦୂର ହୋଇଛି। ୫-ଟି ରୂପାନ୍ତରଣ ପ୍ରକ୍ରିୟାରେ ମାତ୍ର ୧୦୦ ଦିନରେ ସେମାନଙ୍କର ବର୍ଷ ବର୍ଷର ସମସ୍ୟା ଦୂର ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ରାଜ୍ୟର ବିଭିନ୍ନ ଅଞ୍ଚଳର ବିସ୍ଥାପିତ ଲୋକମାନଙ୍କର ଦୀର୍ଘ ଦିନର ଜମିଜମା ସମସ୍ୟା ଦୂର କରି ସେମାନଙ୍କୁ ଜମିପଟ୍ଟା ବଣ୍ଟନ କରିଛନ୍ତି । ଝାରସୁଗୁଡା ଜିଲ୍ଲା ଲଖନପୁର ତହସିଲର ଲୋକମାନେ ବର୍ଷ ବର୍ଷ ଧରି ଜମି ସମସ୍ୟା ପାଇଁ ବିଭିନ୍ନ ଅସୁବିଧାର ସମ୍ମୁଖୀନ…
