କର୍ତ୍ତବ୍ୟ ସମ୍ପାଦନ ସମୟରେ ସରକାରୀ କର୍ମଚାରୀଙ୍କ ମୃତ୍ୟୁରେ ରାଜ୍ୟ ସରକାର ଦେବେ ୧୦ ଲକ୍ଷ ଟଙ୍କାର ସହାୟତା ରାଶି
ଭୁବନେଶ୍ୱର : ଓଡ଼ିଶାର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶିର ପରିମାଣରେ ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କିତ ପ୍ରସ୍ତାବକୁ ବୁଧବାର ଅନୁମୋଦନ ଦେଇଛନ୍ତି । ଆଗାମୀ କିଛିମାସ ପରେ ରାଜ୍ୟରେ ବିଧାନସଭା ନିର୍ବାଚନ ଘୋଷଣା ହେବାର ରହିଛି। ଏହାକୁ ଦୃଷ୍ଟିରେ ରଖି ସରକାରୀ କର୍ମଚାରୀଙ୍କୁ ଖୁସିରେ ରଖିବା ପାଇଁ ଏଭଳି ଘୋଷଣା କରାଯାଇଥିବା କୁହାଯାଇଛି। ନୂତନ ନିଷ୍ପତ୍ତି ଅନୁଯାୟୀ ଦାୟିତ୍ୱ ପାଳନ ସମୟରେ କର୍ମଚାରୀ ମାନଙ୍କ ମୃତ୍ୟୁ…