ଚଳିତ ସପ୍ତାହରେ ବର୍ଷାର ପରିମାଣ ବଢିବ

ଭୁବନେଶ୍ୱର : ରାଜ୍ୟରେ ମୌସୁମୀର ଆଗମନ ହୋଇଥିଲେ ବି ଏହା ଦୁର୍ବଳ ରହିଛି ମୌସୁମୀ ଦୁର୍ବଳ ରହିଥିବା କାରଣରୁ ବଙ୍ଗୋପସାଗରରୁ ଉପକୂଳ ଆଡକୁ ଦକ୍ଷିଣ-ପୂର୍ବ ପବନର ପ୍ରବାହ ଯୋଗୁଁ ଜୁଲାଇ ୧୧ ରୁ ୧୩ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ଏହା ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ  ସୋମବାର ପ୍ରକାଶ ପାଇଥିବା ଏକ ବୁଲେଟିନ୍‌ରେ ଉଲ୍ଲେଖ କରାଯାଇଛି।

ପରିବେଶରେ ପର୍ଯ୍ୟାପ୍ତ ପରିମାଣର ଜଳୀୟ ବାଷ୍ପ ରହିଥିବାରୁ ଏବଂ ୮୦ ପ୍ରତିଶତରୁ ଊର୍ଦ୍ଧ୍ୱ ଗୁଳୁଗୁଳି ଯୋଗୁଁ ମୌସୁମୀ ଦୁର୍ବଳ ହୋଇ ରାଜ୍ୟରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେଉଥିବା କୁହାଯାଇଛି । ତେବେ ଆସନ୍ତା ୧୮ ତାରିଖରେ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବା ଯୋଗୁଁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ ଏବଂ ସେହି ଦିନ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ବୋଲି ପ୍ରାକ୍ ଆକଳନ କରାଯାଇଛି । ଏହା ଧୀରେ ଧୀରେ ଘନୀଭୂତ ହୋଇ ଜୁଲାଇ ୨୦ ତାରିଖ ସୁଦ୍ଧା ଗଭୀର ଅବପାତରେ ପରିଣତ ହେବ ବୋଲି ପୂର୍ବାନୁମାନ କରାଯାଇଛି। ତେଣୁ ଏହା ପ୍ରଭାବରେ ଜୁଲାଇ ୨୧ ରୁ ୨୩ ତାରିଖ ମଧ୍ୟରେ ଉତର-ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା କୁହାଯାଇଛି ।

Leave a Reply

Your email address will not be published. Required fields are marked *