ଗୁରୁଦିବସରେ ଶିକ୍ଷା ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର:  ଗୁରୁଦିବସରେ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଗାମୀ ୩ ସପ୍ତାହ ମଧ୍ୟରେ ରାଜ୍ୟରେ ୧୬ ହଜାର ୧୦ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି  ହେବେ ବୋଲି ମୁଖ୍ୟମନ୍ତ୍ରୀ ସୂଚନ ଦେଇଛନ୍ତି ।ପ୍ରତି ପଞ୍ଚାୟତରେ  ମଡେଲ ପ୍ରାଥମିକ ବିଦ୍ୟାଳୟ ହେବା ନେଇ  ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ସେହିପରି ପ୍ରାଥମିକ ସ୍କୁଲକୁ ସୁଦୃଢ଼ କରିବାକୁ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରତି ପଞ୍ଚାୟତରେ ଗୋଟିଏ ଗୋଟିଏ ମଡେଲ ସ୍କୁଲ ହେବ। ଏହାର ନାମ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ରହିବ।ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ଏଭଳି ୫ ଶହ ସ୍କୁଲ ନିର୍ମାଣ କରାଯିବ। ପରବର୍ତ୍ତୀ ପର୍ଯ୍ୟାୟରେ ସବୁ ପଞ୍ଚାତୟରେ ଏଭଳି ସ୍କୁଲ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

Leave a Reply

Your email address will not be published. Required fields are marked *