ରଥଯାତ୍ରା ପାଇଁ ୨ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ପୁରୀ;ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରଥଯାତ୍ରାର ଶେଷ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଛି । ଚଳିତ ବର୍ଷ ଦୁଇ ଦିନ ଧରି ରଥଯାତ୍ରା ଅନୁଷ୍ଠିତ ହେବାକୁ ଥିବାରୁ ସରକାରୀ ଭାବେ ଦୁଇ ଦିନ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଜୁଲାଇ ୭ ଓ ୮ ତାରିଖରେ ଛୁଟି ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଚଳିତ ବର୍ଷ ବିରଳ ରଥଯାତ୍ରା ଏହାକୁ ସଫଳ କରିବା ପାଇଁ ସମୀକ୍ଷା ବୈଠକରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଛି । ଶାନ୍ତି ଶୃଙ୍ଖଳାର ସହ ରଥଯାତ୍ରା ପାଇଁ ସମସ୍ତଙ୍କ ସହଯୋଗ କାମନା କରିବା ସହ ସଫଳତା ପୂବକ ରୀତିନୀତି କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।