ଆସୁଛି ବଡ ବର୍ଷା, ଆଗାମୀ ସପ୍ତାହରେ ଦୁଇଟି ଲଘୁଚାପ…

ସୋମବାର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏହି ଲଘୁଚାପ ବାୟୁମଣ୍ଡଳର ୭.୬ କିଲୋମିଟର ଯାଏ ବ୍ୟାପିଛି ଓ ଦକ୍ଷିଣ ପଶ୍ଚିମ ଦିଗକୁ ଢଳି ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଅନ୍ୟପଟେ ୧୮ ତାରିଖରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସହ ଏହା ପ୍ରଭାବରେ ୧୯ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ। ଏହା ଦ୍ୱାରା ରାଜ୍ୟରେ ୨୧ ତାରିଖ ପର୍ଯ୍ୟନ୍ତ ବର୍ଷାର ସମ୍ଭାବନା ରହିଛି ବୋଲି ସୂଚନା ମିଳିଛି ।
ସୂଚନାଯୋଗ୍ୟ, ଗତ ୨ ତିନି ଦିନରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଥିଲା। ତେବେ ପାରାଦୀପରେ ସର୍ବାଧିକ ୭୩.୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଆଗାମୀ ୪ଦିନ ଯାଏ ବର୍ଷା ଲାଗି ରହିବ। ଏଥିସହ ବିଜୁଳି ଓ ଘଡ଼ଘଡ଼ି ନେଇ ସତର୍କତା ଜାରି କରାଯାଇଛି।