ପ୍ରକାଶ ପାଇଲା ୨୦୨୩ ୟୁପିଏସସି ପରୀକ୍ଷା ଫଳ; ଓଡ଼ିଶାର ଅନିମେଶ ପ୍ରଧାନ ଦ୍ୱିତୀୟ ସ୍ଥାନରେ

ୟୁପିଏସସି ଆଇଏଏସ୍ ପରୀକ୍ଷା ୨୦୨୩ ଫଳ ପ୍ରକାଶ ପାଇଛି। ଚଳିତ ବର୍ଷ ଆଦିତ୍ୟ ଶ୍ରୀବାସ୍ତବ ଏବଂ ଓଡ଼ିଶାର ଅନିମେଶ ପ୍ରଧାନ ଯଥାକ୍ରମେ ପ୍ରଥମ ଏବଂ ଦ୍ବିତୀୟ ସ୍ଥାନରେ ରହିଛନ୍ତି। ସେହିପରି ତୃତୀୟ ସ୍ଥାନରେ ଡୋନୁରୁ ଅନନ୍ୟା ରେଡ୍ଡୀ ଅଛନ୍ତି। ପିକେ ସିଦ୍ଧାର୍ଥ ରାମକୁମାର ଏବଂ ରୁହାନୀ ଚତୁର୍ଥ ଓ ପଞ୍ଚମ ସ୍ଥାନ ହାସଲ କରିଛନ୍ତି । ଏଥର ୫ ଜଣ ବାଳିକା ଶ୍ରେଷ୍ଠ ୧୦ ରେ ସ୍ଥାନ ପାଇଛନ୍ତି ।

ନିଯୁକ୍ତି ପାଇଁ ମୋଟ ୧୦୧୬ ପ୍ରାର୍ଥୀଙ୍କୁ ସୁପାରିଶ କରାଯାଇଛି। ଏହି ପରୀକ୍ଷାରେ ଯୋଗ୍ୟତା ହାସଲ କରିଥିବା ପ୍ରାର୍ଥୀଙ୍କ ସଂଖ୍ୟା ୟୁପିଏସସି ଦ୍ୱାରା ପ୍ରକାଶ ପାଇଛି। ୩୫୫ ଜଣ ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର ଅସ୍ଥାୟୀ ଭାବରେ ରଖାଯାଇଛି । ମୋଟ ୩୪୭ ସାଧାରଣ ପ୍ରାର୍ଥୀ, ୧୧୬ ଇଡବ୍ଲୁଏସ ବର୍ଗ ପ୍ରାର୍ଥୀ, ୩୦୩ ଓବିସି, ୧୬୫ ଏସସି ଏବଂ ୮୬ ଏସଟି ପ୍ରାର୍ଥୀ ମନୋନୀତ ହୋଇଛନ୍ତି।

Leave a Reply

Your email address will not be published. Required fields are marked *