ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କଲେ ୫- ଟି ସଚିବ

ପୁରୀ,୧୫/୪:ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ଶନିବାର ସକାଳୁ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କରିଛନ୍ତି।ପ୍ରଥମେ ୫-ଟି ସଚିବ ଭିକେ ପାଣ୍ଡିଆନ ଶ୍ରୀସେତୁ ପ୍ରକଳ୍ପ କାର୍ଯ୍ୟ ବୁଲି ଦେଖିଥିଲେ। କାର୍ଯ୍ୟର ଅଗ୍ରଗତିରେ ସେ ସନ୍ତୋଷ ପ୍ରକାଶ କରିବା ସହିତ ନିର୍ଦ୍ଧାରିତ ସମୟରେ ଶେଷ କରିବା ପାଇଁ ଦେଇଥିଲେ। ଏହାପରେ ସେ ବାଶେଳୀ ସାହିକୁ ଯାଇ ୧୦ ଏକର ଜମିରେ ନିର୍ମିତ ହେଉଥିବା ଧର୍ମଶାଳା କାମ ବୁଲି ଦେଖିଥିଲେ। ଏହି ଧର୍ମଶାଳାରେ ଚାରିହଜାର ଲୋକ ରହିବାର ବ୍ୟବସ୍ଥା ଏ କରାଯାଉଛି। ଏହାସହ ସମଙ୍ଗ ଠାରେ ୪୩ ଏକର ଜମିରେ ନିର୍ମିତ ହେଉଥିବା କାର ଓ ବସ ପାର୍କିଙ୍ଗ କାର୍ଯ୍ୟ ମଧ୍ୟ ଶ୍ରୀ ପାଣ୍ଡିଆନ ବୁଲି ଦେଖିଥିଲେ। ଏ ସମସ୍ତ କାର୍ଯ୍ୟ ନିର୍ଧାରିତ ସମୟ ରେ ରଥୟାତ୍ରା ପୂର୍ବରୁ ଶେଷ କରିବା ପାଇଁ ଶ୍ରୀ ପାଣ୍ଡିଆନ ପ୍ରଶାସନକୁ ପରାମର୍ଶ ଦେଉଥିଲେ।
ସୂଚନାଯୋଗ୍ୟ ଯେ ପ୍ରକଳ୍ପ କାର୍ଯ୍ୟ ଅଗ୍ରଗତି ତ୍ୱରାନ୍ୱିତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ସଚିବ ପାଣ୍ଡିଆନ ଗତ ଶନିବାର କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଥିଲେ।

Leave a Reply

Your email address will not be published. Required fields are marked *