ରାଜ୍ୟର ୨୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କଲା ପାଣିପାଗ କେନ୍ଦ୍ର
ଭୁବନେଶ୍ବର : ଆଜିଠୁ ରାଜ୍ୟ କମିବ ତାପମାତ୍ରା । ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଜାରି ରହିଥିବାରୁ ତାପମାତ୍ରା କମିବା ନେଇ ପାଣିପାଗ ବିଭାଗ ଆକଳନ କରୁଛି । ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ଆକଳନ କରାଯାଇଛି । ବିଶେଷକରି ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ଅଧିକ ରହିବ ।ରାଜ୍ୟରେ ଆଜିଠୁ ଆସନ୍ତା ୪ଦିନ ପର୍ଯ୍ୟନ୍ତ ଏଭଳି ପାଗ ଜାରି ରହିବ । କିଛିଦିନର ବ୍ୟବଧାନ ପରେ ଦିନ ତାପମାତ୍ରା ବଢିବାରେ ଲାଗିଛି । ଆଜି କାଳବୈଶାଖୀ ନେଇ ୨୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଏହି ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ହେଉଛି । ସମ୍ବଲପୁର ଓ ବରଗଡ଼ ଜିଲ୍ଲାରେ ବର୍ଷା ହେଉଛି । ଝଡ଼ ତୋଫାନ ସମୟରେ ଘରୁ ନବାହିରାବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର । ଗଜପତି, ମାଲକାନଗିରି, କେରାପୁଟ, ରାୟଗଡା, କଳାହାଣ୍ଡି, କନ୍ଧମାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ମୟୁରଭଞ୍ଜ, ଝାରସୁଗୁଡା, ବେବଗଡ଼, ଅନୁଗୁଳ ଆଦି ଜିଲ୍ଲାରେ ଘଡଘଡି ସହ ବର୍ଷା ହୋଇପାରେ ।